ହରିବଂଶ ନାରାୟଣ ସିଂଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବ ବିଜେଡି

ଭୁବନେଶ୍ୱର: ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନ ପୂର୍ବରୁ ପତ୍ତା ଖୋଲିଲା ବିଜେଡି। ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ କରିବ ବିଜେଡି। ମୁମ୍ବାଇରୁ ଫେରିବା ପରେ ନବୀନ ନିବାସରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ଏହା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ।

ନବୀନ ପଟ୍ଟନାୟକ କହିଛନ୍ତି, ଏହି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ସହ ଫୋନ୍‌ରେ ତାଙ୍କର କଥାବାର୍ତ୍ତା ହୋଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ତାଙ୍କ ସହ କଥା ହୋଇଛନ୍ତି। ତେଣୁ ରାଜ୍ୟସଭା ଉପାଧ୍ୟକ୍ଷ ନିର୍ବାଚନରେ ତାଙ୍କ ଦଳ ଜେଡିୟୁ ପ୍ରାର୍ଥୀ ହରିବଂଶ ନାରାୟଣ ସିଂଙ୍କୁ ସମର୍ଥନ କରିବେ ବୋଲି ନବୀନ କହିଛନ୍ତି।

You might also like