ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍‌; ଜଣେ ମୃତ, ୨୫ରୁ ଉର୍ଦ୍ଧ୍ୱ ଆହତ

କେନ୍ଦୁଝର: କେନ୍ଦୁଝର ଘଟଗାଁ ଥାନା ବାଟହରିଚନ୍ଦନପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ ପଛପଟୁ ବସ୍ ଧକ୍କା ଦେବାରୁ ଏହି ଦୁର୍ଘଟଣା ହୋଇଛି।

ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ରୁ ଅଧିକ ଆହତ ହୋଇଛନ୍ତି।  ଆହତଙ୍କ ମଧ୍ୟରୁ ୪ଜଣ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ବଡ଼ବିଲ୍‌ରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍  ବାଟହରିଚନ୍ଦନପୁର ନିକଟରେ ରାସ୍ତା ଉପରେ ଠିଆ ହୋଇଥିବା ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଥିଲା।  ଫଳରେ ଘଟଣାସ୍ଥଳରେ ବସ୍ ହେଲ୍‌ପରର ମୃତ୍ୟୁ ଘଟିଛି।

You might also like