ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ଆକ୍ରମଣ ପ୍ରସଙ୍ଗ : ଘଟଣାର ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଭାଇଙ୍କୁ ଆକ୍ରମଣ ଘଟଣାକୁ ନେଇ ଓଡ଼ିଶା ରାଜନୀତି ସରଗରମ୍‌ । ଏପି ଘଟଣାକୁ  ଦୃଢ଼ ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜର ପ୍ରତିକ୍ରିୟାରେ କହିଛନ୍ତି , ‘ଗଣତନ୍ତ୍ରରେ ଅପରାଧର କୌଣସି ସ୍ଥାନ ନାହିଁ । ଓଡ଼ିଶାର ଲୋକମାନେ ଶାନ୍ତିପ୍ରିୟ । ଏଭଳି କାପୁରୁଷୋଚିତ କାର୍ଯ୍ୟକୁ ମୁଁ ଦୃଢ଼ ନିନ୍ଦା କରୁଛି । ’

ସୂଚନା ଅନୁସାରେ , ଗତକାଲି ବିଳମ୍ବିତ ରାତିରେ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ଭାଇ ସୁବ୍ରତ ସିଂଙ୍କୁ କିଛି ଦୁର୍ବୃତ୍ତ ବରଗଡ଼ ଜିଲ୍ଲା ସୋହେଲା ବ୍ଲକ୍ ବନାବିରା ଠାରେ ଅତର୍କିତ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ସୁବ୍ରତଙ୍କ ସମେତ ୪ଜଣ ଆହତ ହୋଇଥିଲେ ।

ସୁବ୍ରତ ଓ ଅନ୍ୟ ତିନି ଜଣ ଏକ ଚାରିଚକିଆ ଗାଡ଼ିରେ ଯାଉଥିବାବେଳେ ହଠାତ୍ ଦୁର୍ବୃତ୍ତ ମାନେ ସେମାନଙ୍କ ଉପରକୁ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିଲେ। ଆହତ ୪ଜଣଙ୍କୁ ପ୍ରଥମେ ସୋହେଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ମେଡିକାଲ୍‌କୁ ସ୍ଥାନାନ୍ତର କରାଯାଇଛି।  ବୁର୍ଲାରେ ସେମାନଙ୍କ ଚିକିତ୍ସା ଜାରି ରହିଛି। ଆହତ ୪ଜଣଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି।  ଅନ୍ୟ ୩ ଆହତ ହେଲେ କାର୍ତ୍ତିକ ନାଗ, ମାଜି ସାହୁ ଓ ଖଗେଶ୍ୱର ମହାମଲ୍ଲିକ।  ଆକ୍ରମଣ ସମୟରେ ଦୁର୍ବୃତ୍ତମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିବା କୁହାଯାଉଛି।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like