ବମିଖାଲ ଓଭରବ୍ରିଜ୍‌ରେ ଅଘଟଣ ପାଇଁ ଦାୟୀ କିଏ? ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ମାଣାଧୀନ ବମିଖାଲ ଓଭରବ୍ରିଜ୍ ଦୁର୍ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘଟଣାରେ ସେ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ସେହିପରି ଆହତଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସେ କହିଛନ୍ତି।

ଏପଟେ ଏହି ଦୁର୍ଘଟଣାରେ ନିର୍ମାଣକାରୀ ସଂସ୍ଥା ପଣ୍ଡା ଇନ୍‌ଫ୍ରା ପ୍ରୋଜେକ୍ଟ ମାଲିକ ପ୍ରତାପ କିଶୋର ପଣ୍ଡା ଆଜି ଗିରଫ ହୋଇଛନ୍ତି। ପ୍ରୋଜେକ୍ଟ ମାଲିକ ପ୍ରତାପ ପଣ୍ଡାଙ୍କୁ ଗିରଫ କରାଯାଇଥିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଗତକାଲି ଭୁବନେଶ୍ୱର ବମିଖାଲର ନିର୍ମାଣାଧୀନ ଓଭବ୍ରିଜ୍‌ର ଲୁହା ରଡ଼୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି ହୋଇଛନ୍ତି।

ଅନ୍ୟପକ୍ଷରେ ଓଭର ବ୍ରିଜ୍ ଭୁଶୁଡ଼ିବା ଘଟଣାରେ ପୋଲିସ କମିଶନର ୱାଇ. ବି. ଖୁରାନିଆଙ୍କ ସୂଚନା ଦେଇ କହିଛନ୍ତି ଘଟଣାର ପ୍ରାରମ୍ଭିକ ତଦନ୍ତ ଆରମ୍ଭ ହୋଇଛି, ତଦନ୍ତରେ ଯିଏ ଧରା ପଡ଼ିବ ତା ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ।  ଏଥିସହ ସୁରକ୍ଷା ଓ ତଦାରଖରେ ଅବହେଳା ହୋଇଛି କି ନାହିଁ ତଦନ୍ତ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର।

You might also like