ପ୍ରକାଶ ପାଇଲା +୨ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳାଫଳକୁ ନେଇ ଆଜି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର।

ଚଳିତ ବର୍ଷ ୯୫,୦୯୬ଜଣ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଥିବାବେଳେ ୭୩,୨୧୧ଜଣ ପାସ୍‌ ହୋଇଛନ୍ତି। ଚଳିତ ବର୍ଷ ପାସ୍‌ ହାର ୭୬.୯୮ ପ୍ରତିଶତ। ତେବେ ପ୍ରଥମ ଶ୍ରେଣୀରେ ୧୯, ୫୬୧ ପିଲା ପାସ୍ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୨୪, ୧୬୪ ପିଲା ପାସ୍ ଓ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି ୨୮, ୯୬୮ ପିଲା।

ଛାତ୍ରଛାତ୍ରୀ www.chseodisha.nic.in ଏବଂ www.orissaresults.nic.in  ୱେବସାଇଟ୍‌ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ।

ମୋଟ ୪୧ ଛାତ୍ରଛାତ୍ରୀ ୯୦%ରୁ ଅଧିକ ନମ୍ବର ରଖିଛନ୍ତି। ସେମାନଙ୍କ ମଧ୍ୟରେ ୨୮ ଛାତ୍ର ଓ ୧୩ ଛାତ୍ରୀ ଅଛନ୍ତି।

ଛାତ୍ରୀଙ୍କ ଅପେକ୍ଷା ଛାତ୍ରଙ୍କ ପାସ୍ ହାର ଅଧିକ ରହିଛି। ମୋଟ ୪୨, ୮୮୬ ଜଣ ଛାତ୍ର ପାସ୍ କରିଥିବା ବେଳେ ୩୦, ୩୨୫ ଜଣ ଛାତ୍ରୀ ପାସ୍ କରିଛନ୍ତି।

ଗତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ।

ତେବେ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ବୋଲି ଗତକାଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

You might also like