ଚଳିତବର୍ଷ ହୋଲି ଖେଳିବେ ନାହିଁ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରଙ୍ଗର ପର୍ବ ହୋଲି ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମାତ୍ର ଚଳିତବର୍ଷ ସେ ହୋଲି ଖେଳିବେ ନାହିଁ ବୋଲି କହିଛନ୍ତି।
ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସଭିଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଦୋଳଗୋବିନ୍ଦଙ୍କ ଅପାର କୃପା ଓ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖମୟ ହେଉ। pic.twitter.com/D7g126bPqG
— Naveen Patnaik (@Naveen_Odisha) March 1, 2018
ତାଙ୍କୁ ଥଣ୍ଡା ହୋଇଥିବାରୁ ହୋଲି ଖେଳିବେ ନାହିଁ ବୋଲି ସେ କହିଛନ୍ତି। ରାଜ୍ୟସଭା ପ୍ରାର୍ଥୀତ୍ୱକୁ ନେଇ ପ୍ରଶ୍ନରେ ମତ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଏନଇ ଖୁବଶୀଘ୍ର ପ୍ରାର୍ଥୀଙ୍କ ନାମ ଘୋଷଣା ହେବ।