ଓଡ଼ିଶା ପୋଲିସକୁ ୩ ସୂତ୍ରୀ ମନ୍ତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱରରେ ଚାଲିଥିବା ବରିଷ୍ଠ ପୋଲିସ ଅଧିକାରୀଙ୍କ ତିନିଦିନିଆ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଉଦଯାପନୀ ଦିବସରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହି ଅବସରରେ ପୋଲିସକୁ ୩ ସୂତ୍ରୀ ମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବରିଷ୍ଠ ପୋଲିସ ଅଫିସର ସମ୍ମିଳନୀରେ ଯୋଗ ଦେଇ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପୋଲିସ ବ୍ୟବସ୍ଥା ସୁଦୃଢ଼ କରିବା ନେଇ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି। ଏହାସହ ରାଜ୍ୟରେ ଅପରାଧ ହାର ନିୟନ୍ତ୍ରଣ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି। ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଡିଜିପି ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଥିଲେ।

ଦେଖନ୍ତୁ ଏହି ଭିଡ଼ିଓ-

You might also like