ଯୁବ ଠିକାଦାରଙ୍କୁ ଖଣ୍ଡାରେ ହାଣି ହତ୍ୟା

ଗଞ୍ଜାମ  : ଯୁବ ଠିକାଦାରଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା। ଘଟଣାସ୍ଥଳରୁ ଦୁର୍ବୃତ୍ତମାନେ ଫେରାର୍‌। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଏସ୍‌ ନୂଆଗାଁରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ।

ଗାଁର ଯୁବ ଠିକାଦାର ପୀତବାସ ମଳିକ ଘରକୁ ଯାଉଥିବା ବେଳେ କିଛି ଅଜଣା ଦୁର୍ବୃତ୍ତ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପୀତବାସଙ୍କ ମୃତ୍ୟୁ ହୋଇଥିଲା। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ତେବେ ଗାଁରେ ଏକ ବୈଠକକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ଅନୁମାନ କରାଯାଉଛି।

You might also like