ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେଲରେ ହେବ ଜେରା

ଭୁବନେଶ୍ୱର: ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ସାଂସଦ ରାମଚନ୍ଦ୍ର ହାଁସଦାଙ୍କୁ ଜେଲରେ ହେବ ଜେରା। କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟର ଏକ ଟିମ୍ ହାଁସଦାଙ୍କୁ ଜେରା କରିବ।

ଏଥିପାଇଁ ସ୍ୱତନ୍ତ୍ର ସିବିଆଇ କୋର୍ଟ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟକୁ ଅନୁମତି ଦେଇଛନ୍ତି। କୋର୍ଟଙ୍କ ଅନୁମତି ମୂତାବକ, ଆସନ୍ତା ୨୦ ତାରିଖରେ କର୍ପୋରେଟ୍ ଆଫେୟାର୍ସ ମନ୍ତ୍ରାଳୟ ଜେରା କରିବ।

ନବଦିଗନ୍ତ ଚିଟଫଣ୍ଡ ଠକେଇ ମାମଲାରେ ୨୦୧୪ ମସିହାରୁ ଗିରଫ ହୋଇ ଜେଲରେ ଅଛନ୍ତି ରାମଚନ୍ଦ୍ର ହାଁସଦା।

You might also like