ପୁଞ୍ଜିଲାଲଙ୍କ ବିରୋଧରେ ୩ଶହ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ

ବଲାଙ୍ଗିଲ: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ବିରୋଧରେ ୩ଶହ ପୃଷ୍ଠାର ଚାର୍ଜସିଟ ଦାଖଲ ହୋଇଛି। ପାଟଣାଗଡ଼ ଏସ୍‌ଡିଜେଏମ କୋର୍ଟରେ କ୍ରାଇମ୍‌ବ୍ରାଞ୍ଚ ଦାଖଲ କରିଥିବା ଏହି ଚାର୍ଜସିଟରେ ୭୨ଜଣ ସାକ୍ଷୀ ଓ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରହିଛି।  କଲେଜ ଅଧ୍ୟକ୍ଷ ପଦ ପାଇଁ ଚାଲିଥିବା ବିବାଦ ପାଇଁ ପୁଞ୍ଜିଲାଲ ଏହି କାଣ୍ଡ ଭିଆଇଥିବା ଚାର୍ଜସିଟ୍‌ରେ କ୍ରାଇମବ୍ରାଞ୍ଚ ଉଲ୍ଲେଖ କରିଛି।

କଲେଜ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଘରକୁ ପୁଞ୍ଜିଲାଲ ପାର୍ସଲ ବୋମା ପଠାଇଥିବା ବେଳେ ବିସ୍ଫୋରଣରେ ସଂଯୁକ୍ତାଙ୍କ ପୁଅ ସୌମ୍ୟଶେଖର ଓ ଶାଶୂ ଜେନାମଣିଙ୍କ ମୃତ୍ୟୁ ହୋଇଥିଲା। ଗତ ଫେବ୍ରୁଆରୀ ୨୩ ତାରିଖରେ ପାର୍ସଲ ବୋମା ବିସ୍ଫୋରଣରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚକୁ ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା। ଏପ୍ରିଲ ୨୫ ତାରିଖରେ ପୁଞ୍ଜିଲାଲ ଗିରଫ ହୋଇଥିଲେ।

You might also like