ଆସୁଛି ବାତ୍ୟା ମେକୁନୁ! ସତର୍କ କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ: ମାଡ଼ି ଆସୁଛି ବାତ୍ୟା! ବାତ୍ୟା ମେକୁନୁକୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାର ପ୍ରଭାବରେ ମହାରାଷ୍ଟ୍ର ଓ ଗୋଆରେ ପ୍ରବଳ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାସହ ସମୁଦ୍ରରେ ୩ ରୁ ୩.୨ ମିଟର ଉଚ୍ଚରେ ଜୁଆର ଆସିପାରେ ବୋଲି ଆଶଙ୍କା କରାଯାଉଛି।

ସେପଟେ ବାତ୍ୟା ମେକୁନୁକୁ ଆଖି ଆଗରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ଲାଇଫ ଗାର୍ଡ ଏବଂ ଗୋଆ ପ୍ରଶାସନ ତରଫରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।  ପ୍ରତି ବିଚ୍‌ରେ ଲାଇଫ ଗାର୍ଡ ନିୟୋଜିତ କରାଯାଇଛି। ଏଥିସହ ବିପଦ ସମୟରେ କିଭଳି ଲୋକଙ୍କୁ ଉଦ୍ଧାର କରାଯିବ ସେନେଇ ମଧ୍ୟ ଟ୍ରେନିଂ ଦିଆଯାଇଛି।

ମେକୁନ୍‌ ଶୁକ୍ରବାର ଓମାନ୍‌ରେ ତାଣ୍ଡବ ରଚିବା ପରେ ଏହାର ଠିକ୍‌ ଗୋଟିଏ ଦିନ ପରେ ଅର୍ଥାତ୍‌ ଶନିବାର ଏହା ଟ୍ରପିକାଲ୍ ଷ୍ଟର୍ମରେ ପରିଣତ ହୋଇଥିଲା। ଓମାନ୍‌ରେ ଏହା ବ୍ୟାପକ କ୍ଷୟକ୍ଷତି କରିଥିବାର ଜଣାପଡ଼ିଛି। ଏଥିରେ ୪୦ଜଣ ନିଖୋଜ ଥିବାବେଳେ କିଛି ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ପଶ୍ଚିମ ଆରବ ସାଗରରେ ‘ସାଗର’ ନାମକ ଝଡ଼ବାତ୍ୟା ଦୁର୍ବଳ ହେବା ପରେ ମେ ୨୨ରେ ମେକୁନୁ ସୃଷ୍ଟି ହୋଇଥିଲା।

ଆହୁରି ପଢ଼ନ୍ତୁ

ଓ୍ୱାର୍କିଂ ଜର୍ଣ୍ଣାଲିଷ୍ଟ ସଂଜ୍ଞାରେ ଡିଜିଟାଲ ଏବଂ ଇଲେକ୍ଟ୍ରୋନିକ୍‌ ମିଡିଆ ସାମ୍ବାଦିକ ସାମିଲ

ବିସ୍ଫୋରଣ ପରେ ONGC ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ପରଲୋକରେ ରେଳ ରାଷ୍ଟ୍ରମନ୍ତ୍ରୀ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

You might also like