ଭୁବନେଶ୍ୱରରେ ପୂର୍ବ ଏସୀୟ ଶିଖର ସମ୍ମିଳନୀ ବୈଠକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ପୂର୍ବ ଏସୀୟ ଶିଖର ସମ୍ମିଳନୀ।  ଭାରତ, ଆମେରିକା, ଋଷିଆ, ଚୀନ, ଅଷ୍ଟ୍ରେଲିଆ ସମେତ ୧୮ଟି  ଦେଶର ପ୍ରତିନିଧି ଏହି ସମ୍ମିଳନୀରେ ଯୋଗ ଦେଇଛନ୍ତି।

ସାମୁଦ୍ରିକ କ୍ଷେତ୍ରକୁ ନେଇ ସଦସ୍ୟ ରାଷ୍ଟ୍ରମାନଙ୍କ ମଧ୍ୟରେ ସୁରକ୍ଷା, ନିରାପତ୍ତା, ବିକାଶ ଏବଂ ସହଭାଗିତା ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ ରହିଛି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମିଳନୀକୁ ଉଦ୍‌ଘାଟନ କରିଥିଲେ।

ସାମୁଦ୍ରିକ କ୍ଷେତ୍ର ସମ୍ବନ୍ଧୀୟ ସାମୁହିକ ବିଷୟକୁ ନେଇ ଏହି ସମ୍ମିଳନୀରେ ଆଲୋଚନା କରାଯିବା ସହ ଦେଶମାନଙ୍କ ମଧ୍ୟରେ ଦେଖାଦେଇଥିବା ବିଭିନ୍ନ ସମସ୍ୟାକୁ ନେଇ ସମାଧାନର ବାଟ ବାହାର କରାଯିବ ବୋଲି ଆଲୋଚନା କରାଯାଇଛି।

ଏହି ସମ୍ମିଳନୀରେ ଭାରତୀୟ ବୈଦେଶିକ ବିଭାଗ, ନୌବାହିନୀ ଏବଂ ସଦସ୍ୟ ରାଷ୍ଟ୍ରସମୂହର ପ୍ରତିନିଧି ଯୋଗ ଦେଇଛନ୍ତି। ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏହି ସମ୍ମିଳନୀର ଆୟୋଜନ କରାଯାଇଛି।

ଆହୁରି ପଢ଼ନ୍ତୁ

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

You might also like