କ୍ୟାପିଟାଲ ଥାନା ପରିସରରେ ଅଗ୍ନିକାଣ୍ଡ

ଭୁବନେଶ୍ୱର : ଭୁବନେଶ୍ୱର କ୍ୟାପିଟାଲ ଥାନା ପରିସରରେ ଅଗ୍ନିକାଣ୍ଡ। ଥାନା ପରିସରରେ ଥିବା ବାରାକ୍‌ରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଆହତ ହୋଇଛନ୍ତି। ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଫ୍ୟାନ୍‌ରୁ ସର୍ଟ ସର୍କିଟ ହୋଇ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଦମକଳ ବାହିନୀ। ଅଗ୍ନିକାଣ୍ଡରେ ବାରାକର ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହୋଇଥିବା ସୂଚନା ମିଳିଛି।

(ଫଟୋ ସୌଜନ୍ୟ :http://bhubaneswarcuttackpolice.gov.in)

You might also like