ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ଗଣେଶୀ ଲାଲ୍

ଭୁବନେଶ୍ୱର : ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଲେ ଗଣେଶୀ ଲାଲ୍। ଶପଥ ପାଠ କରାଇଲେ ହାଇକୋର୍ଟର ମୁଖ୍ୟ ବିଚାରପତି। ନୂଆ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍  ଅନର୍‌। ସୂଚନା ଯେ, ପ୍ରଫେସର ଗଣେଶୀ ଲାଲ୍‌ ଓଡ଼ିଶାର ୪୫ତମ ରାଜ୍ୟପାଳ ଭାବେ ମଙ୍ଗଳବାର ଶପଥ କରିଛନ୍ତି। ରାଜଭବନଠାରେ ସନ୍ଧ୍ୟାରେ ଅନୁଷ୍ଠିତ ଏକ ସମାରୋହରେ ଅସ୍ଥାୟୀ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଠାରୁ ଗଣେଶୀ ଲାଲ୍‌ ଦାୟିତ୍ୱ ଗ୍ରହଣ କରିଛନ୍ତି।

ରାଜ୍ୟପାଳ ଏସ୍.ସି ଜମିରଙ୍କ କାର୍ଯ୍ୟକାଳ ସରିବା ପରେ ବିହାର ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ଓଡ଼ିଶାର ଦାୟିତ୍ୱ ଦିଆଯାଇଥିଲା। ସେ ଗତ ମାର୍ଚ୍ଚ ୨୧ ତାରିଖରୁ ଓଡିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ଏହାପରେ କେନ୍ଦ୍ର ସରକାର ଗଣେଶୀ ଲାଲଙ୍କୁ ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ଦେଇଛନ୍ତି। ଶପଥ ଗ୍ରହଣ କରିବା ପୂର୍ବରୁ ଆଜି ପ୍ରଫେସର ଲାଲ ପୁରୀ ଯାଇ ବଡ଼ଦେଉଳରେ ଶ୍ରୀଜୀଉମାନଙ୍କ ଦର୍ଶନ କରିଥିଲେ।

ଗତ ଶୁକ୍ରବାର ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କୁ ନିଯୁକ୍ତି ଦେଇଥିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ପ୍ରଫେସର ଗଣେଶୀ ଲାଲ ବହୁଦିନ ଧରି RSS ସଂଗଠନ ସହ ଜଡିତ ଥିଲେ। ହରିୟାଣା ସିର୍ସାର ବାସିନ୍ଦା ପ୍ରଫେସର ଗଶେଶୀ ଲାଲ  ବିଜେପିର ଶୃଙ୍ଖଳା କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଥିଲେ। ଏଥିସହ ହରିୟାଣା ବିଜେପିର ରାଜ୍ୟ ସଭାପତି ଦାୟିତ୍ୱରେ ରହିଛନ୍ତି।  ହରିଆଣାରେ ସେ ମନ୍ତ୍ରୀ  ଭାବେ କାର୍ଯ୍ୟ କରିସାରିଛନ୍ତି। ୧୯୯୬ରୁ ୯୯ ମଧ୍ୟରେ ମୁଖ୍ୟମନ୍ତ୍ରୀ ବଂଶୀ ଲାଲ୍‌ଙ୍କ ନେତୃତ୍ୱାଧୀନ ମିଳିତ ସରକାରରେ ସେ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ।

 

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like