ବିବାହ ପାଇଁ ରାଜି ନହେବାରୁ ନାବାଳିକାଙ୍କୁ ମାଡ଼

କଟକ  : ବିବାହ ପାଇଁ ମନା କରିବାରୁ ନାବାଳିକାକୁ ନିସ୍ତୁକ ମାଡ଼। ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ହେଲା ନାବାଳିକା। ଏହା ପରେ ନାବାଳିକା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି  କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଫୋଗଳ ପଂଚାୟତର କୁଦ ଗାଁରୁ।

ମୁମୂର୍ଷୁ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ବିଗିଡିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଅଭିଯୋଗ ଅନୁସାରେ ନାବାଳିକାକୁ ବିବାହ ପାଇଁ ପରିବାର ଲୋକେ ବାଧ୍ୟ କରୁଥିଲେ। ବିବାହ ପାଇଁ ସେ ରାଜି ନ ହେବାରୁ ପରିବାର ଲୋକେ ତାକୁ ନିସ୍ତୁକ ମାଡ଼ ମାରିଥିଲେ। ତାଙ୍କୁ ମାଡ଼ ମରାଯାଇଥିବା କଥା ନିଜେ ନାବାଳିକା ଅଭିଯୋଗ କରିଛନ୍ତି। ତେବେ ଏନେଇ ପରିବାର କି ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like