ଉଦ୍‌ଘାଟନ ପୂର୍ବରୁ ଖୋଲିଲା ସମ୍ପର୍କର ସେତୁ ଗୁରୁପ୍ରିୟା

ଚିତ୍ରକୋଣ୍ଡା: ପୂରଣ ହେଲା ବିଚ୍ଛିନ୍ନାଞ୍ଚଳବାସୀଙ୍କ ବର୍ଷ ବର୍ଷର ସ୍ୱପ୍ନ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ପୂର୍ବରୁ ବିଚ୍ଛିନ୍ନାଞ୍ଚଳବାସୀଙ୍କ ସୁବିଧା ପାଇଁ ଖୋଲାଯାଇଛି ସମ୍ପର୍କର ସେତୁ ଗୁରୁପ୍ରିୟା। ଆରମ୍ଭ ହୋଇଛି ଯାତାୟାତ। ଫଳରେ ଏବେ ଡଙ୍ଗା ଛାଡ଼ି ସ୍ଥଳପଥରେ ସୁବିଧାରେ ଯାତାୟାତ କରିପାରୁଛନ୍ତି ଲୋକେ।

କିଏ ଚାରି ଚକିଆ ତ କିଏ ଦୁଇ ଚକିଆ ଯାନରେ ଆଉ କିଏ ପରିବାର ସହ ଚାଲି ଚାଲି ଯାଉଛି। ଏବେ ଜଳପଥ ଛାଡ଼ି ସ୍ଥଳପଥରେ ପୁଣି ରାତି ହେଉ ବା ଦିନ ଯେତେବେଳେ ଚାହିଁଲେ ବିଚ୍ଛିନ୍ନାଞ୍ଚଳକୁ ଭେଦ କରି ଆରପଟକୁ ଯିବାର ସୁବିଧା ମିଳିଥିବାରୁ ବେଶ୍ ଖୁସି ବିଚ୍ଛିନ୍ନାଞ୍ଚଳବାସୀ।

ସେତୁ ନିର୍ମାଣକାରୀ ସଂସ୍ଥା ଓ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅନୁମତି ପରେ ବିଛିନ୍ନାଞ୍ଚଳବାସୀଙ୍କୁ ଯାଆସ ପାଇଁ ଛଡ଼ାଯାଇଛି। ତେବେ ସେତୁ ଉପରେ ଭାରୀ ଯାନ ଛଡ଼ାଯାଉନାହିଁ। ସେପଟେ ସେତୁର ସୁରକ୍ଷା ପାଇଁ ସଜାଗ ଅଛନ୍ତି ବିଏସ୍ଏଫ୍ ଯବାନ। ଅନ୍ୟପଟେ ଗୁରୁପ୍ରିୟା ସେତୁ ଓ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛନ୍ତି ମାଓବାଦୀ। ଏଥିପାଇଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି ।

ଦୀର୍ଘ ବର୍ଷର ପ୍ରତୀକ୍ଷା ପରେ ଗୁରୁପ୍ରିୟା ସେତୁ ଖୋଲାଯାଇଥିବାରୁ ଏହାଦ୍ୱାରା ଉପକୃତ ହେବେ ୭ଟି ପଞ୍ଚାୟତର ୩୦ ହଜାରରୁ ଅଧିକ ଲୋକ। ସବୁଠୁ ବଡ଼ କଥା ହେଉଛି, ଏଣିକି ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଖରେ ଆମ୍ବୁଲାନ୍ସ ଅତି ସହଜରେ ପହଞ୍ଚି ପାରିବ।

(ଚିତ୍ରକୋଣ୍ଡାରୁ ରତ୍ନାକର ପ୍ରଧାନଙ୍କ ସହ ମାଲକାନଗିରିରୁ ଜିତେନ୍ଦ୍ର ବେଉରାଙ୍କ ରିପୋର୍ଟ)

ଆହୁରି ପଢ଼ନ୍ତୁ

ଜିଓକୁ ପଛରେ ପକାଇଲା ଏୟାର୍‌ଟେଲ୍‌

ସାଇକେଲ ଧରି ମନ ଖୁସିରେ ଖେଳୁଥିଲେ ପିଲା, ଏପଟେ ଛକି ବସିଥିଲା ମାଉଣ୍ଟେନ ଲାୟନ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

You might also like