ବଢୁଛି ଗ୍ରୀଷ୍ମ ତାତି

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢୁଛି ଗ୍ରୀଷ୍ମ ତାତି। ଆଗକୁ ଆହୁରି ୩ରୁ ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।  ଏହାସହ ଅପରାହ୍ନ ୪ଟାରୁ ରାତି ୯ଟା ମଧ୍ୟରେ କାଳବୈଶାଖୀ ଆଶଙ୍କା କରିଛି ପାଣିପାଗ ବିଭାଗ।

ଗତକାଲି ରାଜ୍ୟର ୯ଟି ସହରରେ ତାପମାତ୍ରା ରହିଥିଲା ୪୦ଡିଗ୍ରୀ ଉପରେ। ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୪୨.୬ ଏବଂ ଟିଟିଲାଗଡରେ ୪୨.୫ ଡିଗ୍ରୀ ରହିଥିଲା।

ଯେ ପର୍ଯ୍ୟନ୍ତ ସାଇକ୍ଲୋନ୍ ସର୍କୁଲେସନ୍ ବା ଟ୍ରପ୍ ଲାଇନ୍ ପଡିନାହିଁ, ସେପର୍ଯ୍ୟନ୍ତ ତାପମାତ୍ରା କମିବାର ସମ୍ଭାବନା କ୍ଷୀଣ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। କାଳବୈଶାଖୀ ପ୍ରଭାବରେ ନବରଙ୍ଗପୁର ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଫସଲ ନଷ୍ଟ ହୋଇଛି।  ପ୍ରବଳ ବର୍ଷା ସହ କୁଆପଥର ମାଡ ଯୋଗୁ ବାଇଗଣ, ଭେଣ୍ଡି, ପୋଟଳ ସହ ଏକର ଏକର ଜମିରେ ମକା ଫସଲ ନଷ୍ଟ ହୋଇଛି। ଫଳରେ ଏନେଇ ଋଣ କରି ଫସଲ କରିଥିବା ଚାଷୀମାନେ ଚିନ୍ତାରେ ପଡିଛନ୍ତି।

ଆହୁରି ପଢ଼ନ୍ତୁ

ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ଏଥର ଏହି ଜିଲ୍ଲାରେ ସର୍ବାଧିକ

Puri Rath Yatra 2020: ଗଜପତି ମହାରାଜାଙ୍କ ଚିଠି ପରେ କାହିଁକି ମୁହଁ ଖୋଲୁ ନାହାନ୍ତି ମୁଖ୍ୟମନ୍ତ୍ରୀ ?

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୁଲିସ୍ ବାବୁ

Puri Rath Yatra 2020:ଶ୍ରୀମନ୍ଦିର ଭିତରେ କେମିତି ହେବ ବିଧିରକ୍ଷା; ସନ୍ଧ୍ୟାରେ ନିଷ୍ପତ୍ତି

କରୋନା ଅପ୍‌ଡେଟ୍: ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ

ଏଜି ପକ୍ଷ ରଖିଲେ ମୁଖା ଖୋଲିଯିବ ସେଥିପାଇଁ ହରିଶ୍ ସାଲ୍‌ଭେଙ୍କୁ ନିୟୋଜିତ କରାଯାଇଥିଲା କି ?

‘ଭାଙ୍ଗିଗଲା ୫୦୦ ବର୍ଷର ପରମ୍ପରା’

ଆଜି ୯୭ କରୋନା ଆକ୍ରାନ୍ତ ସୁସ୍ଥ

ରଥଯାତ୍ରା ବନ୍ଦ ନେଇ କ’ଣ କହିଲେ ଗଜପତି ମହାରାଜା ?

‘ମୁହଁ ନ ଖୋଲି ରଥଯାତ୍ରା ବନ୍ଦ କଲେ, ଜଗନ୍ନାଥ ସବୁ ଦେଖୁଛନ୍ତି’

ସୁପ୍ରିମକୋର୍ଟରେ ଝୁଲୁଛି ରଥଯାତ୍ରା ଭାଗ୍ୟ: ଆସନ୍ତାକାଲି ଶୁଣାଣି

ସହିଦ ଦୁଇ ଓଡ଼ିଆଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

You might also like