୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ୧୫ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି।
ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ଅନୁଗୋଳ, ରାୟଗଡ଼ା, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି।
ଏହି ଜିଲ୍ଲାଗୁଡିକରେ ବର୍ଷା ବେଳେ ୫୦ରୁ ୬୦ କିମି ବେଗରେ ପବନ ବହିବ। ଏହାସହ କୁଆପଥର ମାଡ଼ ସହ ପ୍ରବଳ ଝଡ଼ ବହିବାର ମଧ୍ୟ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।