ପ୍ରବଳ ବର୍ଷା, ରାଜଧାନୀରେ ଲୋକଙ୍କ ଘରେ ପଶିଲା ପାଣି

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବି ସ୍ଥିର ରହିଛି।  ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। ଭୁବନେଶ୍ୱର, କଟକ ସମେତ ଉପକୂଳ ଓଡ଼ିଶାରେ ଗତକାଲି ସଂଧ୍ୟାରୁ ପ୍ରବଳ ବର୍ଷା ହୋଇଛି। ମିଳିଥିବା ସୂଚନା ମୁତାବକ ଗତକାଲି ସଂଧ୍ୟାରୁ ମଧ୍ୟରାତ୍ରି ମଧ୍ୟରେ ଭୁବନେଶ୍ୱରରରେ ୧୦୨ ମିଲିମିଟର୍ ବର୍ଷା ରେକର୍ଡ ହୋଇଛି। ନୟାପଲ୍ଲୀ, ଜୟଦେବ ବିହାର, ସିଆଆରପି ଛକ, ପାଇକ ନଗରରେ ପାଣି ଜମା ହୋଇ ରହିଛି।

ଏପରିକି କିଛି ଅଞ୍ଚଳର ଲୋକଙ୍କ ଘରେ ପାଣି ପଶି ଯାଇଥିବା ଘଟଣା ନଜରକୁ ଆସିଛି। ଜାତୀୟ ରାଜପଥ ଏବଂ ରାଜଧାନୀର ପ୍ରମୁଖ ଅଞ୍ଚଳରେ ପାଣିର ସୁଅ ଛୁଟୁଥିବାରୁ ଯାତାୟାତରେ ଅସୁବିଧା ଉପୁଜିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୁରଭଞ୍ଜ, କଟକ, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଏହାପରେ ଦକ୍ଷିଣ ଓଡ଼ିଶା ଏବଂ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେତେକ ଅଞ୍ଚଳରେ ଝଡ଼ତୋଫାନ, ବର୍ଷା, ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।  ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

You might also like