ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା। ଗତ ୧୨ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ମୁନ୍‌ସ୍ୟାରୀ ତହସିଲ ଓ ପିଥୋରଗଡ଼ ଅଞ୍ଚଳ ଅଧିକ ପ୍ରଭାବିତ ହୋଇଛି।

ରବିବାର ରାତିରେ ଓ ସୋମବାର ସକାଳେ ମୁନ୍‌ସ୍ୟାରୀ ୨୫୦mm ବର୍ଷା ରେକର୍ଡ଼ କରାଯାଇଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ମଙ୍ଗଳବାର ସକାଳେ ଯାଏଁ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ଜଣାପଡ଼ିଛି।

ପ୍ରବଳ ବର୍ଷା ଫଳରେ ମୁନ୍‌ସ୍ୟାରୀର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହେବାସହ ବିଭିନ୍ନ କ୍ଷୟକ୍ଷତି ମଧ୍ୟ ହୋଇଛି। ବର୍ତ୍ତମାନ ସୁଦ୍ଧା କ୍ଷୟକ୍ଷତିର ଆକଳନ କରାଯାଇନାହିଁ।

ଏପର୍ଯ୍ୟନ୍ତ କୌଣସି ମୃତାହତର ସୂଚନା ମିଳିନାହିଁ।  ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ରାସ୍ତା ଧସି ଯାଇଥିବାରୁ ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି।  ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆହୁରି ବର୍ଷା ହେବାର ଆଶଙ୍କା କରା ଯାଉଥିବାରୁ ସ୍ଥିତି ଆହୁରି ଗମ୍ଭୀର ହେବାର ଅନୁମାନ କରାଯାଉଛି।

୨୦୧୩ ମସିହାରେ ଉତ୍ତରାଖଣ୍ଡରେ ବାଦଲ ଫଟା ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହେବା ସହ ଅଧିକାଂଶ ଲୋକ ପ୍ରାଣ ହରାଇଥିଲେ।

You might also like