ଅବପାତ ରୂପ ନେଲା ଲଘୁଚାପ; ଆହୁରି ୪୮ ଘଣ୍ଟା ବର୍ଷିବ

ଭୁବନେଶ୍ୱର: ପ୍ରବଳ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଣି ଆହୁରି ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ ବୋଲି ଜଣାପଡ଼ିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲମାର୍କ ଲୋ-ପ୍ରେସର ଅବପାତ ରୂପ ନେଇଛି। ଯାହାର ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ। ଉପକୂଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରାଯାଇଛି।

You might also like