ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପଶ୍ଚିମବଙ୍ଗ ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଉପକୂଳ ଏବଂ ଉତ୍ତର  ଓଡ଼ିଶାରେ ଘୂର୍ଣ୍ଣିଝଡ଼ ଓ ବର୍ଷା ନେଇ ପୂର୍ବାନୁମାନ କରାଯାଇଛି।

ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ଼, ଦେଉଗଡ଼, ଅନୁଗୁଳ, ସମ୍ବଲପୁର, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢ଼େଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ଅଧିକ ହେବାର ସମ୍ଭାବନା ରହିଛି। ବର୍ଷା ସମୟରେ ପବନର ବେଗ ଅଧିକ ହୋଇପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

You might also like