ପ୍ରବଳ ବର୍ଷା ସମ୍ଭାବନା; ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଯାହର  ପ୍ରଭାବରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପଟେ ରାଜ୍ୟର କିଛି ସ୍ଥାନରେ ଆଜି ବର୍ଷା ଜାରି ରହିଛି।

ଝଡ଼ତୋଫାନ, ବଜ୍ରପାତ ଓ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ଜଗତସିଂହପୁର, ନୟାଗଡ଼ ଓ ଗଞ୍ଜାମ। ଏଥିସହ ଭୁବନେଶ୍ୱରକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଆଗାମୀ ୩ ରୁ ୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଜଣାପଡ଼ିଛି।

You might also like