ଆହୁରି ବର୍ଷିବ

ଭୁବନେଶ୍ୱର: ପୁଣି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଦିନ ୧ଟା ୧୫ ପର୍ଯ୍ୟନ୍ତ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା-ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା,ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ।

You might also like