ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପୁଣି ଲେଉଟିବ ବର୍ଷା। ଆଜିଠୁ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ମଧ୍ୟରେ ରହୁଛି। ଏହା ପ୍ରଭାବରେ ଆଜିଠାରୁ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ।

ତେବେ ୬ ତାରିଖଠୁ ବର୍ଷା ପରିମାଣ ବଢିବ।  ଓଡ଼ିଶାର ଅର୍ଦ୍ଧାଧିକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ରାଜ୍ୟରେ ଏବେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ  ସକ୍ରିୟ ରହିଛି।

You might also like