ଆହୁରି ବର୍ଷିବ

ଭୁବନେଶ୍ୱର: ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଗକୁ ଆହୁରି ବର୍ଷିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି।  ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସମ୍ବଲପୁର, ଝାରସୁଗୁଡା, ବରଗଡ଼ ଏବଂ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଝଡ଼ ତୋଫାନ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଛି।  ୧୧ ଜିଲ୍ଲାକୁ ଦିନ ୧୨ଟା ଯାଏଁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି। ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରି ଦିଆଯାଇଛି।  ୧୧ଟି ଜିଲ୍ଲା ହେଲା ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା।

You might also like