ଟ୍ୱିନ୍ସିଟିରେ ଛେଚିଲା କାଳବୈଶାଖୀ ବର୍ଷା
ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା। ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଆଜି କାଳବୈଶାଖୀ ବର୍ଷା ହୋଇଛି। ଫଳରେ ଗତ କିଛି ଦିନ ଧରି ପ୍ରବଳ ଓ ଗରମ ଓ ଗୁଳୁଗୁଳିରୁ ତ୍ରାହି ମିଳିଛି।
ଏପଟେ ରାଜ୍ୟରେ ବିଭିନ୍ନ ଜିଲ୍ଲାକୁ ଆଜି ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ନୂଆପଡ଼ା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ କୁହାଯାଇଛି।
ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମାଲକାନଗିରି ଜିଲ୍ଲା ପାଇଁ ବି ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି। ଦିନ ୧ଟା ଯାଏଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।