୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅାରମ୍ଭ ହୋଇଛି ବର୍ଷା । ଆସନ୍ତା ୭୨ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ । ଏହାସହ ସମ୍ବଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ, ଅନୁଗୁଳ, ଦେଓଗଡ଼, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ ଏବଂ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା  ସମ୍ଭାବନା ରହିଛି ।

ତେବେ ଏହି ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୱେଲ୍‌ମାର୍କ ରୂପ ନେବ । ଫଳରେ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ । ଏନେଇ ଆସନ୍ତା ୪୮ ଘଣ୍ଟା ଯାଏ ମତ୍ସଜୀବୀଙ୍କ ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

You might also like