କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା। ଘଡ଼ଘଡ଼ି ସହ ପ୍ରବଳ ବେଗରେ ପବନ ବହୁଛି। ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି। କାଳବୈଶାଖୀକୁ ନେଇ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାରେ ସକାଳ ୭ଟା ୩୦ରୁ ଦିନ ୧୧ଟା ୩୦ ମିନିଟ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ, ଘଡ଼ଘଡ଼ି ଓ କୂଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।

ଢେଙ୍କାନାଳ, ଅନୁଗୁଳ, ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାବାସୀଙ୍କ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଅଞ୍ଚଳରେ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

You might also like