ବଜ୍ରପାତରେ ଜଳିଗଲା ଘର

କେନ୍ଦୁଝର  : କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଝଣଝଣାରେ ବଜ୍ରପାତ ଯୋଗୁ ଅଘଟଣ। ବଜ୍ରାଘାତ ଯୋଗୁ ଜଣଙ୍କ ଘରେ ନିଆଁ ଲାଗି ଯାଇଛି। ଫଳରେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।

ଆଜି ସକାଳୁ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଘଡ଼ଘଡ଼ି ସହ ପ୍ରବଳ ବେଗରେ ପବନ ବହୁଛି। କାଳବୈଶାଖୀକୁ ନେଇ ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାର ୧୫ଟି ଜିଲ୍ଲାରେ ସକାଳ ୭ଟା ୩୦ରୁ ଦିନ ୧୧ଟା ୩୦ ମିନିଟ ମଧ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ, ଘଡ଼ଘଡ଼ି ଓ କୂଆପଥର ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

You might also like