କାଳବୈଶାଖୀ ସମ୍ଭାବନା; ଘଡଘଡି ସହ ହୋଇପାରେ ବର୍ଷା

ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- ଗଞ୍ଜାମ, କନ୍ଧମାଳ, ନୟାଗଡ଼, ମୟୂରଭଞ୍ଜ ଓ ବାଲେଶ୍ୱରରେ ଅପରାହ୍ନ ୨ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ତେଣୁ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ସୂଚନାଯୋଗ୍ୟ, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ଯୋଗୁଁ ଉପକୂଳ ଓଡ଼ିଶାରେ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି।

You might also like