ଆଜି ବି ବର୍ଷା,ପବନ ଓ ଘଡ଼ଘଡ଼ି: ୬ଟି ଜିଲ୍ଲାରେ ସତର୍କ ସୂଚନା

ଭୁବନେଶ୍ୱର: କାଳବୈଶାଖୀ ନେଇ ସତର୍କ କଲା ପାଣିପାଗ ବିଭାଗ। ଆଜି ପ୍ରବଳ ବର୍ଷା ସାଙ୍ଗକୁ ପବନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାବାସୀ ରାତି ୮ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସହ ୫୦ରୁ ୬୦କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି।

You might also like