ବଦଳିଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଜାଭେରିଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ କେନ୍ଦ୍ର ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଭିନୀତ୍‌ ଶରଣଙ୍କ ସ୍ଥାନରେ ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଦାୟିତ୍ୱ ସମ୍ଭାଳିବେ। ସୁପ୍ରିମକୋର୍ଟ ବିଚାରପତି ଭାବେ ଜଷ୍ଟିସ ଭିନିତ୍‌ ଶରଣଙ୍କ ପଦୋନ୍ନତି ହୋଇଛି ।

୨୦୦୪ ମସିହାରେ ଜଷ୍ଟିସ୍‌ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ଗୁଜରାଟ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ପରେ ୨୦୦୫ ମସିହାରେ ତାଙ୍କୁ ଗୁଜରାଟ ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିଲା। ୨୦୧୬ ମସିହାରେ ଜଷ୍ଟିସ୍‌ କଳ୍ପେଶ ସତ୍ୟେନ୍ଦ୍ର ଜାଭେରି ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

You might also like