ବୁଧବାର କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କୁମାରସ୍ୱାମୀ

ବେଙ୍ଗାଲୁରୁ : ଆସନ୍ତା ବୁଧବାର କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜେଡିଏସ୍‌ ନେତା ଏଚ୍‌.ଡି.କୁମାର ସ୍ୱାମୀ। ଶନିବାର ଅପରାହ୍ନରେ ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ୍‌ ମିଳିତ ସରକାର ଗଠନ ହେବାକୁ ପଥ ପରିଷ୍କାର ହୋଇଯାଇଥିଲା। ଜେଡିଏସ୍‌ ନେତା କୁମାର ସ୍ୱାମୀଙ୍କୁ ସରକାର ଗଠନ ପାଇଁ କର୍ଣ୍ଣାଟକ ରାଜ୍ୟପାଳ ଆମନ୍ତ୍ରଣ କରିଛନ୍ତି। ଆସନ୍ତା ବୁଧବାର ବେଙ୍ଗାଲୁରୁର କ୍ରାନ୍ତିରଭା ଷ୍ଟାଡ଼ିୟମ୍‌ରେ କୁମାରସ୍ୱାମୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣା ପଡ଼ିଛି। ୟେଦ୍ୟୁରପ୍ପାଙ୍କ ଇସ୍ତଫା ପରେ ଶନିବାର  କୁମାରସ୍ୱାମୀ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଦାବି ଜଣାଇଥିଲେ।

ସରକାର ଗଠନ ପାଇଁ ମ୍ୟାଜିକ୍‌ ନମ୍ବର ୧୧୨ ଆବଶ୍ୟକ।  କିନ୍ତୁ କଂଗ୍ରେସ -ଜେଡିଏସ୍‌ ମେଣ୍ଟ ପାଖରେ ୧୧୬ ବିଧାୟକଙ୍କ ସମର୍ଥନ ରହିଛି। କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ ଜେଡିଏସ୍‌ ନିର୍ଣ୍ଣାୟକ ଭୂମିକା ନେବ ବୋଲି କୁହାଯାଉଥିଲା।  ପରିବର୍ତ୍ତିତ ରାଜନୈତିକ ସ୍ଥିତିରେ ଜେଡିଏସ କର୍ଣ୍ଣାଟକ କ୍ଷମତାର ମୁକୁଟ ପିନ୍ଧିଛି ।

 

ଆହୁରି ପଢ଼ନ୍ତୁ

ଫେଲ୍ ମାରିଲା ପାକିସ୍ତାନର ହୀନ ଉଦ୍ୟମ

ସ୍ୱାମୀଙ୍କୁ ହତ୍ୟା କରି ବେଡ୍‌ ତଳେ ମୃତଦେହ ଲୁଚାଇଥିଲେ ପତ୍ନୀ, ଗନ୍ଧ ବାହାରିବାରୁ…

‘ନେତା କୈସା ହୋ.. ବାଇଡେନ ଜୈସା ହୋ’-ଏମିତି ଚାଲିଛି ଆମେରିକାରେ ନିର୍ବାଚନ ପ୍ରଚାର

ନେପାଳ ପର୍ବତାରୋହୀଙ୍କ ପରଲୋକ; ୧୦ ଥର ମାଉଣ୍ଟ ଏଭରେଷ୍ଟ ଚଢି ରେକର୍ଡ କରିଥିଲେ

ଭଲ୍ୟୁଣ୍ଟାରୀ ରିଟାୟାରମେଣ୍ଟ ନେଲେ ବିହାର ଡିଜିପି ଗୁପ୍ତେଶ୍ୱର ପାଣ୍ଡେ, ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ଚାଇନା ରାଷ୍ଟ୍ରପତିଙ୍କୁ ନିନ୍ଦା କଲେ ଦଣ୍ଡ ୧୮ ବର୍ଷ ଜେଲ

୨୦୧୫ରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତରେ ଖର୍ଚ୍ଚ ହୋଇଛି ୫୦୦ କୋଟିରୁ ଅଧିକ ଟଙ୍କା

ଅତ୍ୟାବଶ୍ୟକ ସାମଗ୍ରୀ ତାଲିକାରୁ ବାଦ୍‌ ପଡ଼ିଲା ଆଳୁ, ପିଆଜ, ଡାଲି

କେବେଠୁ ହେବ ୟୁଜି ଓ ପିଜି କ୍ଲାସ? ଜାଣନ୍ତୁ…

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

You might also like