ପ୍ରତିଶ୍ରୁତି ମିଳିବା ପରେ ହଟିଲା ରାସ୍ତାରୋକ

ରାଉରକେଲା: ସଡ଼କ ଦୁର୍ଘଟଣାକୁ ନେଇ ରାଉରକେଲାରେ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ରାସ୍ତାରୋକ ହଟିଛି। ତେବେ ଲୋକଙ୍କ ଦାବି ପ୍ରକାରେ ସେଠାରେ ଏକ ଚେକ୍ ପୋଷ୍ଟ୍ ନିର୍ମାଣ କରିବାକୁ ପ୍ରଶାସନ ପ୍ରତିଶ୍ରୁତି ଦେଇଛି। ତା’ସହିତ ହକି ଛକରେ ୩ ଜଣ କନଷ୍ଟେବଳଙ୍କୁ ଆଜିଠାରୁ ନିୟୋଜିତ କରାଯାଇଛି। ଉକ୍ତ ଅଞ୍ଚଳରେ ଧୂଳି ଉଡ଼ୁଥିବା ନେଇ ମଧ୍ୟ ଲୋକେ ଅଭିଯୋଗ କରିଥିଲେ। ଏ ଦିଗରେ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ପ୍ରଶାସନ ପ୍ରତିଶ୍ରୁତି ଦେଇଛି।

ଆଜି ପାନପୋଷ ହକି ଛକରେ ମହିଳାଙ୍କ ମୃତଦେହ ରଖି ଉତ୍ତ୍ୟକ୍ତ ଲୋକଙ୍କ ଜାତୀୟ ରାଜପଥ ଅବରୋଧ କରିଥିଲେ।

ସୂଚନାଥାଉ କି, ଗତକାଲି ଜଣେ ମହିଳା ଏହି ଛକ ଦେଇ ଚାଲି ଚାଲି ଯାଉଥିବା ବେଳେ ତାଙ୍କୁ ପଛପଟୁ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଆଜି ୧୪୩ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ। ଏଠାରେ ବାରମ୍ବାର ଦୁର୍ଘଟଣା ଘଟୁଥିବାରୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ଏ ଦିଗରେ କିଛି ସ୍ଥାୟୀ ପଦକ୍ଷେପ ନେବାକୁ ଲୋକେ ଦାବି କରିଥିଲେ। ଏହାସହ ଟ୍ରାଫିକ୍‌ ନିୟନ୍ତ୍ରଣ ଓ ଗାଡ଼ିଗୁଡ଼ିକର ବେଗ ନିୟନ୍ତ୍ରଣ ପାଇଁ ବ୍ୟବସ୍ଥା କରିବାକୁ ଦାବି କରିଥିଲେ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like