ନବୀନ ନିବାସ ଆଗରେ ଆତ୍ମାହୂତି ଉଦ୍ୟମ କରିଥିବା ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଆତ୍ମାହୂତି ଉଦ୍ୟମ କରିଥିବା ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବାର ଅଭିଯୋଗ ହୋଇଛି।

ଏହି ଆକ୍ରମଣର ଶିକାର ହୋଇଛନ୍ତି କେନ୍ଦୁଝର ଜିଲ୍ଲା ଗଡବାନ୍ଧଗଡା ବାସିନ୍ଦା ସୁନୀଲ ଚକ୍ର। ଆକ୍ରମଣରେ ସୁନୀଲଙ୍କ  ହାତ ଓ ଡାହାଣ ଗୋଡ ସହ ଶରୀରରେ ଗଭୀର ଅଘାତ ହୋଇଛି।

ଆକ୍ରମଣ ପଛରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ରଙ୍କ ପୁଅ ତଥା ଘଷିପୁରା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଦେବାଶିଷ ପାତ୍ରଙ୍କ ସମ୍ପୃକ୍ତି ଥିବା ନେଇ ସୁନୀଲ ଅଭିଯୋଗ ଆଣିଛନ୍ତି।

ତେବେ ଦେବାଶିଷ ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ଅଭିଯୋଗକାରୀ ବିଜେପି କର୍ମୀ ବୋଲି କହିଛନ୍ତି। ଦୁଇ ମାସ ତଳେ ନିଜ ଅଞ୍ଚଳରେ ଚାଲିଥିବା ସରକାରୀ ଯୋଜନାରେ ଆର୍ଥିକ ଅନିୟମିତତା ଦର୍ଶାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଆତ୍ମାହୂତି ଦେବାକୁ ଉଦ୍ୟମ କରିଥିଲେ ସୁନୀଲ।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like