ଆଜି ସରିବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର:  ଆଜି ସରୁଛି ମାଟ୍ରିକ ପରୀକ୍ଷା। ଅନ୍ତିମ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେବେ ପରୀକ୍ଷାର୍ଥୀ। ଫେବୃଆରୀ ୨୩ରୁ ଆରମ୍ଭ ହୋଇଥିବା ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି ୬ ଲକ୍ଷ ୮ ହଜାର ୩୧ ଜଣ ଛାତ୍ରଛାତ୍ରୀ।

ଏଥର ୨ ହଜାର ୮୧୮ଟି କେନ୍ଦ୍ରରେ ପରୀକ୍ଷା ହୋଇଛି। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାର୍ଡ ଗଠନ ସତ୍ତ୍ୱେ, ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିବାଦରୁ ଦୂରେଇ ପାରି ନାହିଁ ।

ସଂସ୍କୃତକୁ ଛାଡ଼ିଦେଲେ ଅଧିକାଂଶ ବିଷୟର ପ୍ରଶ୍ନପତ୍ର ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିଲା। ଯାହାକୁ ନେଇ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ବିବାଦୀୟ ହୋଇପଡ଼ିଛି।

ଆହୁରି ପଢ଼ନ୍ତୁ

You might also like