୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ସେଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, କଟକ, ସମ୍ବଲପୁର, ସୁନ୍ଦରଗଡ଼ ଓ ପୁରୀ। ଏହି ୧୨ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଅାସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଦେଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଓ ପଶ୍ଚିମବଙ୍ଗକୁ ଲାଗି ଲଘୁଚାପ ହେବାର ସମ୍ଭାବନା ଥିବାରୁ ଓ ମୌସୁମୀ ବାୟୁ ସକ୍ରିୟ ଥିବାରୁ ଅାଜି ଓ ଅାସନ୍ତାକାଲି ଏହିସବୁ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଅାଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଆଜି ଅପରାହ୍ଣରୁ ଭୁବନେଶ୍ୱର ସମେତ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି।

 

You might also like