୪ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଅଞ୍ଚଳରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘରେ କେହି ନଥିବାର ସୁଯୋଗ ନେଇ ୪ ବର୍ଷର ନାବାଳିକାକୁ ସମ୍ପର୍କୀୟ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ସଂପର୍କୀୟ ବଡ଼ବାପା ଗାଁକୁ ବୁଲାଇ ନେବାକୁ କହି ବାଉଁଶ ବଣରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ଲୋକେ ରାଜକନିକା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଘଟଣାଟି ଗତ ୨୪ ତାରିଖ ଦିନ ଘଟିଥିଲେ ମଧ୍ୟ ଆପୋଷ ବୁଝାମଣା ପାଇଁ ଧମକ ଦିଆଯାଉଥିବା ପୀଡ଼ିତାଙ୍କ ମାଆ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।