RSP ବର୍ଜ୍ୟବସ୍ତୁ ଟନେଲ୍‌ରେ ଫସିବା ଘଟଣା: ଜଣଙ୍କ ମୃତଦେହ ଉଦ୍ଧାର

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାର ବର୍ଜ୍ୟବସ୍ତୁ ନାଳ ଭିତରେ ଫଶିଥିବା ଯୁବକଙ୍କୁ ଉଦ୍ଧାର କରିବାକୁ ଆଜି ପୁଣି ସର୍ଚ୍ଚ ଅପରେସନ ଆରମ୍ଭ ହେବ। ନିଖୋଜ ୫ ଜଣଙ୍କ ମଧ୍ୟରୁ ଗତକାଲି ଜଣକର ମୃତଦେହ ଉଦ୍ଧାର ହୋଇଛି।  ତେବେ ମୃତଦେହଟିକୁ ଚିହ୍ନଟ କରାଯାଇ ପାରିନଥିବାବେଳେ ବାକି ଯୁବକଙ୍କ ସନ୍ଧାନ ମିଳି ପାରିନାହିଁ।

ଗତକାଲି ସନ୍ଧ୍ୟା ହେବା ପରେ ସର୍ଚ୍ଚ ଅପରେସନକୁ ବନ୍ଦ ରଖାଯାଇଥିଲା।  ଓଡ୍ରାଫ୍, ଅଗ୍ନିଶମ ବାହିନୀ, ଓଡ଼ିଶା ପୋଲିସ, CISF ଓ ରାଉରକେଲା ଷ୍ଟିଲ ପ୍ଲାଣ୍ଟର ଟେକ୍‌ନିକାଲ ଟିମ୍ ବର୍ଜ୍ୟବସ୍ତୁ ଟନେଲ ଭିତରକୁ ଯାଇ ଖୋଜାଖୋଜି କରିଥିଲେ।  ଆଜି ମଧ୍ୟ ଏମାନେ ଉଦ୍ଧାର କାର୍ଯ୍ୟରେ ସାମିଲ ହେବେ।

ସୂଚନାଥାଉ କି, ଗତ ୩ ତାରିଖରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ବର୍ଜ୍ୟବସ୍ତୁ ନିଷ୍କାସନ ଟନେଲ ଦେଇ ଉଦିତ ନଗର ଶୀତଳପଡ଼ାର ୯ ଜଣ ଯୁବକ ପ୍ଲାଣ୍ଟ ଭିତରକୁ ଚୋରି ଉଦ୍ଦେଶ୍ୟରେ ପଶିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣ ବାହାରି ଆସିଥିବା ବେଳେ ୪ ଜଣ ଫସି ରହିଥିଲେ।  ସେମାନଙ୍କୁ ଉଦ୍ଧାର ପାଇଁ ପରଦିନ ଆଉ ଦୁଇଜଣ ଟନେଲ ଭିତରକୁ ଯାଇଥିବା ବେଳେ ସେମାନଙ୍କ ଭିତରୁ ପୁଣି ଜଣେ ଫସି ଯାଇଥିଲେ।

ଆହୁରି ପଢ଼ନ୍ତୁ

ପୋଲିସ ପଞ୍ଝାରେ କଫ୍ ସିରପ୍ ମାଫିଆ ଜଗା, ୧୮ ଶହ ବୋତଲ ଜବତ

କୋରାପୁଟରୁ କଟକ: ପୂରଣ ହେଲା ଆଦିବାସୀ ଝିଅର ସଙ୍ଗୀତ ସ୍ଵପ୍ନ

ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଶ୍ରୀକୃଷ୍ଣଙ୍କ ପ୍ରେମରେ ବାୟା ଋଷିଆନ୍ ଦମ୍ପତି

‘ବିଜେଡିର ବିରୋଧ ପଛରେ ସିବିଆଇ ରେଡ୍’

ବୋହୂର ପିଲାପିଲି ନହେବାରୁ ଶ୍ୱଶୁର ଭିଆଇଲା ଏଭଳି କାଣ୍ଡ

ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଡାକ୍ତରଖାନା ଷ୍ଟ୍ରେଚରରେ ରୋଗୀଙ୍କୁ ଶୁଆଇ ସହର ବୁଲିଲେ ସଂପର୍କୀୟ

ରାଜ୍ୟସଭାରେ କୃଷି ବିଲ୍‌କୁ ବିରୋଧ କଲା ବିଜେଡି

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

You might also like