ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କଲେ ରାଜ୍ୟ ସରକାର

ଭୁବନେଶ୍ୱର : ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ତଦନ୍ତ କମିଶନ ନିଯୁକ୍ତ । ଜଷ୍ଟିସ ରଘୁବୀର ଦାସଙ୍କୁ ତଦନ୍ତ କମିଶନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର। ଜଷ୍ଟିସ ଦାସ ହେଉଛନ୍ତି ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି। ଜାନୁଆରୀ ୨୦୧୩ରୁ ଫେବୃଆରୀ ୨୦୧୬ ପର୍ଯ୍ୟନ୍ତ ସେ  ଓଡ଼ିଶା ହାଇକୋର୍ଟର ବିଚାରପତି ଦାୟିତ୍ୱ ତୁଲାଇଥିଲେ। ଏହି ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ।

ତେବେ  ଜଷ୍ଟିସ ଦାସ  କେଉଁ ଦିଗ ନେଇ ତଦନ୍ତ କରିବେ ,ସେନେଇ ଟର୍ମସ  ଅଫ ରେଫରେନ୍ସ ନିର୍ଦ୍ଧାରିତ ହୋଇନାହିଁ। ଚାବି ଗାଏବ୍‌କୁ ନେଇ ବିବାଦ ତୀବ୍ର ହେବା ପରେ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ହାଇକୋର୍ଟରେ ଜଣେ ଅବସରପ୍ରାପ୍ତ ବିଚାରପତି ଘଟଣାର ତଦନ୍ତ କରି ୩ ମାସ ଭିତରେ ଏହାକୁ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ।

ଗତ ଏପ୍ରିଲ୍ ୪ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ ପରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଭିତର ଭଣ୍ଡାର ଚାବି ନମିଳିବା ନେଇ ଆଶ୍ଚର୍ଯ୍ୟ ପ୍ରକଟ କରାଯାଇଥିଲା। ଯାହାର ବିବରଣୀ ଓଟିଭିର ହସ୍ତଗତ ହେବାପରେ ଏନେଇ ବିସ୍ତୃତ ରିପୋର୍ଟ ପ୍ରସାରିତ ହୋଇଥିଲା। ଏହାପରେ ଶ୍ରୀମନ୍ଦିର ସମ୍ମୁଖରେ ଜଗନ୍ନାଥପ୍ରେମୀଙ୍କ ବିକ୍ଷୋଭ, ବିରୋଧୀଙ୍କ କଡ଼ା ସମାଲୋଚନା ଏବଂ ପୁରୀ ଶଙ୍କରାଚାର୍ଯ୍ୟଙ୍କ କ୍ଷୋଭ ପ୍ରକାଶ  ପାଇବା ପରେ ସରକାରୀ କଳରେ ହଲଚଲ୍ ହୋଇଥିଲା। ଶେଷରେ ମୁଣ୍ଡ ନୁଆଁଇଥିଲେ ସରକାର।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like