ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ମୌସୁମୀ, ୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର: ନିର୍ଦ୍ଧାରିତ ସମୟର ଦୁଇଦିନ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ଏ ନେଇ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଆଜି ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସାରା ଦକ୍ଷିଣ ଓଡ଼ିଶା ଛୁଇଁବ, ଆଉ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସଂପୂର୍ଣ୍ଣ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି।

ପୂର୍ବରୁ ଜୁନ୍ ୧୦ କିମ୍ବା ୧୧ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା। କିନ୍ତୁ ଅନୁମାନର ଦୁଇଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ। ଆନ୍ୟପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାକୁ ଯାଉଛି। ଏହାର ପ୍ରଭାବରେ ୯ରୁ ୧୧ ତାରିଖ ଯାଏଁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥି ପାଇଁ ମତ୍ସ୍ୟଜୀବୀମାନଙ୍କୁ ଆଜି ରାତିଠାରୁ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

 

 

You might also like