କମିପାରେ ମୌସୁମୀର ପ୍ରଭାବ

ଭୁବନେଶ୍ୱର : ଦୁର୍ବଳ ହେଉଛି ମୌସୁମୀ। ଆସନ୍ତା ୪୮ ଘଣ୍ଟା ପରେ ରାଜ୍ୟରେ କମିପାରେ ବର୍ଷାର ପ୍ରଭାବ।  ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର। ରାଜ୍ୟର କିଛି ସ୍ଥାନରେ କେବଳ କାଳବୈଶାଖୀ ଜନିତ ବର୍ଷାର ପ୍ରଭାବ ରହିବ।

ତେବେ ଆଜିବି ଉତ୍ତର ଏବଂ ଦକ୍ଷିଣ ଓଡିଶାର କିଛି ଜିଲ୍ଲାରେ ମୌସୁମୀ ସକ୍ରିୟ ହୋଇଛି।  ଏହାର ପ୍ରଭାବରେ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ସେପଟେ ମୌସୁମୀ ବର୍ଷାର ପ୍ରଭାବ ଆଜି କଟକରେ ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ଝିପିଝିପି ବର୍ଷା ସହ ଆକାଶ ମେଘାଚ୍ଛନ ରହିଥିଲା। ତେବେ ବର୍ଷା ଆରମ୍ଭରୁ କଟକ ସହରରେ ପାଣି ନିଷ୍କାସନ ସମସ୍ୟା ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ସହରର ଅନେକ ସ୍ଥାନରେ ପାଣି ଜମି ରହିଥିବାବେଳେ, ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।  ବର୍ଷା ଯୋଗୁଁ ପିଠାପୁର, ବାଦାମବାଡ଼ି, କାଳିଆବୁଦା ଅଂଚଳରେ ପାଣି ଜମି ରହିଥିବା ଦେଖିବାକୁ ମିଳିଥିଲା।

ସେହିପରି ସହରର ୨୨ନମ୍ବର ଓ ୪୩ ନମ୍ବର ଓ୍ୱାର୍ଡରେ ମଧ୍ୟ ଲୋକେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ।  ତେବେ ବର୍ଷା ଦିନକୁ ଦୃଷ୍ଟିରେ ରଖି ସିଏମ୍‌ସି ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା କମିଶନର ସୂଚନା ଦେଇଛନ୍ତି।

 

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like