ଅାସନ୍ତା ୫ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ

ଭୁବନେଶ୍ୱର : ଅାସନ୍ତା ୫ ତାରିଖରୁ ରାଜ୍ୟରେ ପୁଣି ବଢିବ ବର୍ଷାର ପରିମାଣ। ଏଭଳି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ ।

ବିଶେଷ କରି ଉତ୍ତର ଓଡିଶା ଓ ଉତ୍ତର ଅାଭ୍ୟନ୍ତରୀଣରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଅାସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି।

 

You might also like