ବଜେଟ ଅଧିବେଶନ ଆରମ୍ଭରୁ ହଟ୍ଟଗୋଳ : ଗୃହ ଆଜି ଦିନକ ପାଇଁ ମୁଲତବୀ
ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନ ଆରମ୍ଭରୁ ଗୃହରେ ତାତି। ଆଜି ପ୍ରଥମେ ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି କକ୍ଷ ତ୍ୟାଗ କରିଥିଲା କଂଗ୍ରେସ। ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା କରି ହଟ୍ଟଗୋଳ କରିଛନ୍ତି କଂଗ୍ରେସ ବିଧାୟକ।
ସରକାର ଚାଷୀ ମାରଣ ନୀତି କରୁଥିବା ଅଭିଯୋଗ କରି ବାଚସ୍ପତିଙ୍କ ପୋଡିଅମ ପାଖରେ ହଟ୍ଟଗୋଳ କରିଥିଲେ କଂଗ୍ରେସ ବିଧାୟକମାନେ। ଚାଷୀଙ୍କ ଅନଶନ ପ୍ରସଙ୍ଗ ଉଠାଇ ସ୍ଲୋଗାନ ଦେଇଥିଲେ। ଏହା ପରେ ବାଚସ୍ପତି ଗୃହକୁ ଆଜି ପାଇଁ ମୁଲତବୀ କରିଛନ୍ତି।
ଦେଖନ୍ତୁ ଏହି ଭିଡ଼ିଓ-