ରାଜ୍ୟରେ ଆଉ ୧୨୯ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୧୯ ଜିଲ୍ଲାରେ ନୂଆ ୧୨୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧତ୍କ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଜପତିରୁ ୧୬ଜଣ, ନୂଆପଡ଼ାରୁ ୧୨ଜଣ, ବଲାଙ୍ଗିରରୁ ୧୧ଜଣ, ଗଞ୍ଜାମ ଓ ଯାଜପୁରରୁ ୧୦ ଜଣ ଲେଖାଏ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ରୁ ୬ଜଣ ଲେଖାଏ,କଟକରୁ ୫ଜଣ, ଦେବଗଡ଼ରୁ ୪ଜଣ, ପୁରୀରୁ ୪ଜଣ, କେନ୍ଦୁଝରରୁ ୩ଜଣ ଓ ଜଗତସିଂହପୁରରୁ ୨ଜଣ,ମାଲକାନଗିରି, ଢେଙ୍କାନାଳ ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୪୮କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ ଚିକିତ୍ସାଧୀନ ଥିବାବେଳେ ୧୦୫୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

You might also like