ଜଣଙ୍କୁ ଦଳି ଦେଲା, ଜଣଙ୍କୁ ଘାଇଲା କଲା

ଢ଼େଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜ ଅଞ୍ଚଳରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଜଣେ ମୃତ ଓ ଜଣେ ଗୁରୁତର ହୋଇଛନ୍ତି।

ହିନ୍ଦୋଳ ରେଞ୍ଜ ତେନ୍ତୁଳିସିଂହା ଗାଁର ପ୍ରସନ୍ନ ବେହେରା ଆଜି ସକାଳୁ ଶୌଚ ପାଇଁ ଯାଇଥିବା ବେଳେ ତାଙ୍କୁ ଏକ ହାତୀ ଦଳି ଦେଇଥିଲା।  ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ସେହିପରି ଏହି ରେଞ୍ଜର କଳିଙ୍ଗା ଗାଁର ସୁରେଶ ଚନ୍ଦ୍ର ପାଲ୍‌ ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀ ପଲଙ୍କ ଉପରେ ନଜର ରଖିଛନ୍ତି।

You might also like
Comments
Loading...