ପ୍ରାଣ ନେଇ ଫେରିଲେ ପ୍ରାଣକୃଷ୍ଣ

 

କଟକ: ସଫଳ ହେଲା ଅପେରସନ୍ ପ୍ରାଣକୃଷ୍ଣ । ଦୀର୍ଘ ୭ ଘଣ୍ଟାରୁ ଅଧିକ ସମୟ ଅପରେସନ୍ ପରେ ଅଟକି ରହିଥିବା ପାଇପ୍ ଭିତରୁ ଉଦ୍ଧାର ହେଲେ ପ୍ରାଣକୃଷ୍ଣ ମୁଦୁଲି। ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ ଫଳରେ ନିଶ୍ଚିତ ମୃତ୍ୟୁମୁଖରୁ ଫେରିଛନ୍ତି ପ୍ରାଣକୃଷ୍ଣ। କଂକ୍ରିଟ କଟାଯାଇ ତାଙ୍କୁ ପାଇପ୍ ଭିତରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ପ୍ରାଣକୃଷ୍ଣଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।

କଟକ ଚହଟା ବଜାର ସ୍ଥିତ ଓଡ଼ିଶା ପୋଲିସ ସିଗ୍‌ନାଲ୍‌ ମୁଖ୍ୟାଳୟ ନିକଟ ପମ୍ପିଂ ଷ୍ଟେସନ ପାଇପ୍‌ରେ ପ୍ରାଣକୃଷ୍ଣ ଫସି ଯାଇଥିଲେ। ସୂଚନା ଅନୁସାରେ ପୋଲିସ କଲୋନୀ ପମ୍ପିଂ ଷ୍ଟେସନ୍ ପାଇପ୍ ଜାମ୍ ହୋଇଥିବାରୁ ତାହାକୁ ସଫା କରିବା ପାଇଁ ପ୍ରାଣକୃଷ୍ଣ ଏକ ଛୋଟ ଟାଙ୍କିକୁ ଓହ୍ଲାଇଥିଲେ।  କିନ୍ତୁ ସମ୍ଭବତଃ, ସେହି ସମୟରେ ଅସାବଧାନତା ବଶତଃ ପମ୍ପିଂ ଷ୍ଟେସନ୍‌ର କର୍ମଚାରୀ ପମ୍ପ୍ ଚାଲୁ କରିଦେବା ଫଳରେ ପ୍ରାଣକୃଷ୍ଣ ପାଣି ପ୍ରେସର୍‌ରେ ପାଇପ୍‌ରେ ୨୦-୨୫ ଫୁଟ୍ ଭିତରକୁ ପଶି ଯାଇଥିଲେ।

ପାଇପ୍‌ର ଓସାର ପ୍ରାୟ ଅଢ଼େଇ ଫୁଟ୍ ହୋଇଥିବାରୁ ବ୍ୟକ୍ତି ଜଣକ ବାହାରି ପାରୁନ ଥିଲେ।  ତାଙ୍କୁ ଉଦ୍ଧାର କରିବାକୁ ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀ ଉଦ୍ୟମ କରିଥିଲେ।  ତେବେ ପାଇପ୍ ଭିତରୁ ତାଙ୍କ କଥା ଶୁଣାଯାଉଥିବାର ସେ ବଞ୍ଚିଥିବା ଆଶା ଉଜ୍ଜୀବିତ ହୋଇଥିଲା । ପ୍ରାଣକୃଷ୍ଣ ଶ୍ୱାସରୁଦ୍ଧ ନ ହେବା ପାଇଁ ପାଇପ୍ ଭିତରକୁ ଅମ୍ଳଜାନ ଯୋଗାଇ ଦିଆଯାଇଥିଲା ।

 

ଆହୁରି ପଢ଼ନ୍ତୁ

ସବୁଜିମାରେ ହସିବ ମରୁଭୂମି; ୭ ଘଣ୍ଟାରେ ହୋଇପାରିବ ଚାଷ ଉପଯୋଗୀ

ଭାରତୀୟଙ୍କ ମସ୍ତିଷ୍କ ଚୀନ୍‌ ଲୋକଙ୍କ ମସ୍ତିଷ୍କଠାରୁ ଛୋଟ

ଆସନ୍ତାକାଲିଠାରୁ ଫଟାଫଟ୍ କ୍ରିକେଟ୍, କିଏ ମାରିବ ବାଜି?

ଗୀତ ଗାଇ ମନ ମୋହିଲେ କୋରାପୁଟ ଝିଅ ନମିତା

ନିଜ ପାଇଁ ନିଜେ: ଏକା ଏକା ୩ କିଲୋମିଟର କେନାଲ ଖୋଳିଲେ ଚାଷୀ

ଗଛରେ ମାତ୍ର ୪ଟି ପତ୍ର, ଦାମ୍ ଶୁଣିଲେ ହୋସ୍ ଉଡ଼ିଯିବ

Pranab Mukharjee Death: ପ୍ରଣବ ଦା’ ଙ୍କ ପାଞ୍ଚ ଦଶନ୍ଧିର ରାଜନୀତିରେ ପୂର୍ଣ୍ଣଛେଦ

ଚୀନ୍‌ରେ ଏବେ ବି ପୂଜା ପାଉଛନ୍ତି ଏଇ ଭାରତୀୟ

Atal Tunnel Rohtang Explained: ସେପ୍ଟେମ୍ବରରେ ଉଦ୍‌ଘାଟନ ହେବ ବିଶ୍ୱର ସର୍ବବୃହତ ସୁଡ଼ଙ୍ଗପଥ ‘ଅଟଳ ଟନେଲ୍‌‌’

ଜାତୀୟ କ୍ରୀଡ଼ା ଦିବସରେ ‘ହକି ଯାଦୁଗର’ଙ୍କୁ ସଲାମ୍

ଚିତ୍ରକର ଆଙ୍କିଥିଲେ ଜବରଦସ୍ତ ପେଣ୍ଟିଂ; ଲୋକେ କହିଲେ ସୁଶାନ୍ତ ସିଂହ ରାଜପୁତ

ବାପାଙ୍କ ସହ ମିଶି ଅଷ୍ଟମ ଶ୍ରେଣୀର ଛାତ୍ର କଲା ନିଆରା ଉଦ୍ଭାବନ

You might also like