ପାର୍ସଲ ବୋମା ବିସ୍ଫୋରଣ ଘଟଣାର ପର୍ଦ୍ଦାଫାସ୍ ଖୁବ୍ ଶୀଘ୍ର ହେବ: ପୋଲିସ ମହାନିର୍ଦ୍ଦେଶକ ଆର୍‌ପି ଶର୍ମା

ଭୁବନେଶ୍ୱର : ବଲାଙ୍ଗିର ପାଟଣାଗଡ଼ର ପାର୍ସଲ ବୋମା ବିସ୍ଫୋରଣ ଘଟଣାର ପର୍ଦ୍ଦାଫାସ୍ ଖୁବ୍ ଶୀଘ୍ର ହେବ। ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ଘଟଣାରେ ପ୍ରଥମଥର ପାଇଁ ମୁହଁ ଖୋଲି ଆଜି ଏହି ସୂଚନା ଦେଇଛନ୍ତି। ଡିଜିପି କହିଛନ୍ତି, କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତ ଚାଲିଛି। ପୋଲିସକୁ ମଧ୍ୟ ଏନେଇ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହସ୍ତଗତ ହୋଇଛି।

ଖୁବ୍ ଶୀଘ୍ର ରହସ୍ୟ ଉନ୍ମୋଚନ ହେବ ବୋଲି ଡିଜିପି ସୂଚନା ଦେଇଛନ୍ତି। ଏହି ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିଲା। କିଛି ଦିନ ତଳେ ରିମାରାଣୀ ସାହୁ ହସ୍ପିଟାଲରୁ ଡିସ୍‌ଚାର୍ଜ ହୋଇଥିଲେ।

You might also like