ପ୍ରତି ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: ଆଜି ସାରା ଦେଶ ପାଳୁଛି ୭୨ତମ ସ୍ୱାଧୀନତା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗରିବମାନଙ୍କ ପାଇଁ ଦେଶର ସବୁଠୁ ବଡ ଜନ କଲ୍ୟାଣ ଯୋଜନା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଆଜି ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିଛନ୍ତି।

ଏହି ଯୋଜନାରେ ଦେଶର ୧୦ କୋଟି ପରିବାର ଉପକୃତ ହେବେ । ପାଖାପାଖି ୫୦ କୋଟି ନାଗରିକଙ୍କୁ ବାର୍ଷିକ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ଖର୍ଚ୍ଚର ଭରଣା କରାଯିବାର ବ୍ୟବସ୍ଥା ରହିଛି।  ଏହା ସେପ୍ଟେମ୍ବର ୨୫ରୁ ସାରା ଦେଶରେ ଲାଗୁ କରାଯିବ । ଏହି ଦିନ ପଣ୍ଡିତ ଦିନ୍‌ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପଡ଼ୁଥିବାରୁ ଏହି ଅବସରରେ ଏହି ଯୋଜନା ସାରା ଦେଶରେ ଲାଗୁ କରାଯିବ ବୋଲି ମୋଦି ଘୋଷଣା କରିଛନ୍ତି ।

You might also like